ସୋମବାର ଆନ୍ଧ୍ର ଛୁଇଁବ ‘ପେଥାଇ’: ଦକ୍ଷିଣ ଓଡିଶାରେ ପ୍ରବଳ ବର୍ଷା ସମ୍ଭାବନା

0

ଭୁବନେଶ୍ୱର: ଦକ୍ଷିଣ-ପଶ୍ଚିମ ବଙ୍ଗୋର ସାଗରରେ ସୃଷ୍ଟି ହୋଇଥିବା ସାମୁଦ୍ରିକ ଘୂର୍ଣ୍ଣିଝଡ଼ ‘ପେଥାଇ’ ବାତ୍ୟାର ରୂପ ନେଇ ଆନ୍ଧ୍ର ଆଡ଼କୁ ମୁହାଁଇଛି । ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଏହା ସିଭିୟର୍ ସାଇକ୍ଲୋନିକ୍ ଷ୍ଟର୍ମରେ ପରିଣତ ହୋଇ ସୋମାବାର ମଧ୍ୟାହ୍ନ ସୁଦ୍ଧା ଆନ୍ଧ୍ରପ୍ରଦେଶର ମଚ୍ଛଲିପଟ୍ଟନମ୍-କାକିନଡା ଛୁଇଁବ ବୋଲି ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି । ଏହାର ପ୍ରଭାବରେ ଓଡିଶାର କେତେକ ସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଛି । ଆସନ୍ତା ୧୬ ତାରିଖ ରବିବାର ଓଡିଶାର ଗଜପତି, ଗଞ୍ଜାମ, ରାୟଗଡା ଓ କୋରାପୁଟ ଜିଲାରେ ଏବଂ ୧୭ ତାରିଖ ସୋମବାର ଗଞ୍ଜାମ, ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, ନୂଆପଡା, ବରଗଡ,ବଲାଙ୍ଗିର, ଝାରସୁଗୁଡା, ସମ୍ବଲପୁର ଓ ସୁନ୍ଦରଗଡରେ ଅନେକ ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଏହାର ପ୍ରଭାବରେ ସେମାବାର ଦକ୍ଷିଣ ଓଡ଼ିଶାରେ ୪୦ରୁ ୫୦ କିମି ବେଗରେ ପବନ ବହିବ । ଏହି ସମୟରେ ସମୁଦ୍ର ଅଶାନ୍ତ ରହିଥିବାରୁ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ମଧ୍ୟକୁ ନଯିବା ପାଇଁ ପରାମର୍ଶ ଦିଆଯାଇଛି । ୧୮ ତାରିଖ ମଙ୍ଗଳବାର ମଧ୍ୟ କିଛି ସ୍ଥାନରେ ବର୍ଷା ହୋଇପାରେ ବୋଲି ପାଣିପାଗ ବିଭାଗ ପକ୍ଷରୁ ସୂଚନା ମିଳିଛି।

Leave A Reply