ରାଜଭବନ ନିକଟସ୍ଥ ପେଟ୍ରୋଲ ପମ୍ପ ଟାଙ୍କି ବିସ୍ଫୋରଣ ଘଟଣାର ତଦନ୍ତ ନିର୍ଦେଶ ଦେଲେ କେନ୍ଦ୍ର ପେଟ୍ରୋଲିୟମ୍‌ ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

ଭୁବନେଶ୍ବର: ରାଜଭବନ ନିକଟସ୍ଥ ପେଟ୍ରୋଲ ପମ୍ପ ଟାଙ୍କି ବିସ୍ଫୋରଣ ଘଟଣାର ତଦନ୍ତ ଦେଲେ କେନ୍ଦ୍ର ପେଟ୍ରୋଲିୟମ୍‌ ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ପେଟ୍ରୋଲିୟମ୍‌ ଓ ପ୍ରାକୃତିକ ଗ୍ୟାସ୍‌ ବିଭାଗ ସଚିବଙ୍କୁ ତଦନ୍ତ କରିବାକୁ ନିର୍ଦେଶ ଦେଲେ। ଏହି ଘଟଣାର ତୁରନ୍ତ କରି ତଦନ୍ତ ରିପୋର୍ଟ ଦାଖଲ କରିବାକୁ କେନ୍ଦ୍ରମନ୍ତ୍ରୀ ନିର୍ଦେଶ ଦେଲେ।
କେନ୍ଦ୍ର ପେଟ୍ରୋଲିୟମ୍‌ ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଟୁଇଟ୍‌ ଯୋଗେ ସୂଚନା ଦେଇ କହିଛନ୍ତି ଯେ ରାଜଭବନ ନିକଟସ୍ଥ ପେଟ୍ରୋଲ ପମ୍ପରେ ଅଗ୍ନିକାଣ୍ଡ ଖବର ଜାଣିବା ପରେ ଘଟଣାର ତଦନ୍ତ କରିବାକୁ ପେଟ୍ରୋଲିୟମ ଓ ପ୍ରାକୃତିକ ଗ୍ୟାସ ବିଭାଗର ସଚିବଙ୍କୁ ନିର୍ଦ୍ଦେଶ ଦେଲି। ଆହତ ମାନଙ୍କର ଆଶୁ ଆରୋଗ୍ୟ କାମନା କରିବା ସହ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଆଶୀର୍ବାଦରୁ ଶୀଘ୍ର ଆରୋଗ୍ୟ ହୋଇ ଫେରିବେ ବୋଲି ଆଶା କରୁଛି।

Comments are closed.