ଚାଷ ଜମିରେ ବୁଡ଼ି ୨ ଶିଶୁଙ୍କ ମୃତ୍ୟୁ

ଫୁଲବାଣୀ: କନ୍ଧମାଳ ଜିଲ୍ଲା ବାଲିଗୁଡା ଥାନା ଅନ୍ତର୍ଗତ ସୁଡ୍ରା ପଂଚାୟତର ଜାର୍ଗୀ ଗାଁରେ ସୋମବାର ଏକ ଅଭାବନୀୟ ଘଟଣା ଘଟିଛି। ଚାଷ ଜମିରେ ବୁଡ଼ି ୨ ଶିଶୁଙ୍କ ମୃତ୍ୟୁ ଘଟିଛି।

ସୂଚନା ଅନୁସାରେ, ଗ୍ରାମର ଦୁଇ ପରିବାରର ଲୋକେ ସନ୍ଧ୍ୟା ସମୟରେ ବିଲ ଦେଖିବାକୁ ଯାଇଥିବା ବେଳେ ତାଙ୍କ ସହ ଦୁଇ ଶିଶୁ ମଧ୍ୟ ବିଲକୁ ଯାଇଥିଲେ। ହେଲେ ବିଲରେ ବର୍ଷା ପାଣି ଭର୍ତ୍ତି ହୋଇଥିବାରୁ ଜାଣି ନପାରି ବିଲକୁ ପଶି ଯାଇଥିଲେ। ଆଉ ପାଣିରେ ବୁଡ଼ିଯିବା ଫଳରେ ଉଭୟ ଶିଶୁଙ୍କ ମୃତ୍ୟୁ ଘଟିଥିଲା। ମୃତ ଶିଶୁ ପୁତ୍ରର ବୟସ ୭ ବର୍ଷ ହୋଇଥିବା ବେଳେ ଶିଶୁ କନ୍ୟାର ବୟସ ୫ ବର୍ଷ। ମୃତ୍ୟୁ ଖବର ପାଇବା ପରେ ଗାଁରେ ଶୋକର ଛାୟା ଖେଳିଯାଇଛି। ବାଲିଗୁଡା ପୁଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଉଦ୍ଧାର କରିବା ସହ ବ୍ୟବଚ୍ଛେଦ ପାଇଁ ବାଲିଗୁଡା ଉପଖଣ୍ଡ ଡାକ୍ତରଖାନାକୁ ପଠାଇଛି। ପୁଲିସ ଏକ ଅପମୃତ୍ୟୁ ମାମଲା ରୁଜୁ କରି ଘଟଣାର ତଦନ୍ତ ଚଳାଇଛି।

Comments are closed.