ପ୍ରଧାନମନ୍ତ୍ରୀ ଆବାସ ଯୋଜନା ଉପରେ ପ୍ରାକ୍‍ ସଚେତନତା କାର୍ଯ୍ୟକ୍ରମ

କେନ୍ଦୁଝର: ଭାରତ ସରକାରଙ୍କ ସୂଚନା ଓ ପ୍ରସାରଣ ମନ୍ତ୍ରଣାଳୟ ଅଧୀନସ୍ଥ କେନ୍ଦୁଝର କ୍ଷେତ୍ର ଜନସମ୍ପର୍କ କାର୍ଯ୍ୟାଳୟ ପକ୍ଷରୁ ଆଜି ଘଟଗାଁ ବ୍ଲକର ଗଦାଧପୁର ଗ୍ରାମପଞ୍ଚାୟତର ରଜ ମହୋତ୍ସବ ପଡ଼ିଆରେ ପ୍ରଧାନମନ୍ତ୍ରୀ ଆବାସ ଯୋଜନା (ଗ୍ରାମୀଣ) ଏବଂ ଅଟଳ ପେନସନ୍‍ ଯୋଜନା ସମ୍ପର୍କରେ ଏକ ପ୍ରାକ୍‍ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଗ୍ରାମପଞ୍ଚାୟତର ସ୍ୱୟଂସହାୟକ ଗୋଷ୍ଠୀର ମା’ମାନେ ଓ ସ୍ଥାନୀୟ ଗ୍ରାମବାସୀ ଯୋଗ ଦେଇଥିଲେ। ଏହି ଅବସରରେ ମହିଳାମାନଙ୍କୁ ନେଇ ଏକ ରଙ୍ଗୋଲୀ ପ୍ରତିଯୋଗୀତା ଅନୁଷ୍ଠିତ ହୋଇଥିବା ବେଳେ ସ୍କୁଲ୍‍ ଛାତ୍ରଛାତ୍ରୀମାନଙ୍କୁ ନେଇ ଏକ କୁଇଜ୍‍ ପ୍ରତିଯୋଗିତା ଆରମ୍ଭ ହୋଇଯାଇଛି। ଭାରତ ସରକାରଙ୍କ ସୂଚନା ଓ ପ୍ରସାରଣ ମନ୍ତ୍ରଣାଳୟ ଅଧୀନସ୍ଥ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ଜନସମ୍ପର୍କ କାର୍ଯ୍ୟାଳୟ (ଆର୍‍.ଓ.ବି.)ର ପ୍ରେରଣାରେ ଏହି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିବା ବେଳେ କେନ୍ଦୁଝର କ୍ଷେତ୍ର ଜନସମ୍ପର୍କ କାର୍ଯ୍ୟାଳୟର କ୍ଷେତ୍ର ପ୍ରଚାର ଅଧିକାରୀ ପାର୍ଥସାରଥୀ ମଲ୍ଲିକ ଓ ସହକାରୀ ଅଧିକାରୀ ଜୀବନ କୁମାର ସାମନ୍ତସିଂହାର କାର୍ଯ୍ୟକ୍ରମ ତଦାରଖ କରିଥିଲେ।

Comments are closed.