ପିନାକୀ ଲୋକସଭାରେ ବିଜେଡି ସଂସଦୀୟ ଦଳ ନେତା, ଭର୍ତ୍ତୃହରି ଷ୍ଟାଣ୍ଡିଂ କିମିଟି ଅଧ୍ୟକ୍ଷ

ନୂଆଦିଲ୍ଲୀ : ପୁରୀ ସାଂସଦ  ପିନାକୀ ମିଶ୍ର ଲୋକସଭାରେ ବିଜେଡି ସଂସଦୀୟ ଦଳ ନେତା ଭାବେ ନିଯୁକ୍ତ ହୋଇଛନ୍ତି । ବିଜେଡି ସୁପ୍ରିମୋ ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ତାଙ୍କୁ ଏହି ପଦରେ ନିଯୁକ୍ତ କରିଛନ୍ତି । ତେବେ ଦଳର ବରିଷ୍ଠ ଭର୍ତ୍ତୃହରି ମହତାବଙ୍କୁ ଷ୍ଟାଣ୍ଡିଂ କିମିଟି ଅଧ୍ୟକ୍ଷ ଭାବେ ନିଯୁକ୍ତି ଦିଆଯାଇଛି।

ସେହିପରି ଡ଼କ୍ଟର ଅଚ୍ୟୁତ ସାମନ୍ତଙ୍କୁ ଲୋକସଭାରେ ବିଜେଡିର ମୁଖ୍ୟ ସଚେତକ ଏବଂ ଅନୁଭବ ମହାନ୍ତିଙ୍କୁ ଉପମୁଖ୍ୟ ସଚେତକ ଭାବେ ଦଳ ପକ୍ଷରୁ ନିଯୁକ୍ତ କରାଯାଇଛି।

ସୂଚନାଯୋଗ୍ୟ ୨୦୧୯ ଲୋକସଭା ନିର୍ବାଚନରେ ବିଜେଡି ୧୨ଟି, ବିଜେପି ୮ଟି ଓ କଂଗ୍ରେସ ଗୋଟିଏ ଆସନରେ ବିଜୟୀ ହୋଇଛି।

 

Comments are closed.