ପିପିଲି ମହାବିଦ୍ୟାଳୟ ବାଣିଜ୍ୟ ବିଭାଗର ସ୍ୱାଗତ ସମ୍ବର୍ଦ୍ଧନା ଉତ୍ସବ

ପିପିଲି : ପିପିଲି ମହାବିଦ୍ୟାଳୟର ବାଣିଜ୍ୟ ବିଭାଗର ପ୍ରଥମ ବର୍ଷର ନୂତନ ଛାତ୍ରଛାତ୍ରୀଙ୍କ ପାଇଁ ବୁଧବାର ଦିନ ମହାବିଦ୍ୟାଳୟ ପରିସରରେ ଏକ ସ୍ୱାଗତ ସମ୍ବର୍ଦ୍ଧନା ଉତ୍ସବର ଆୟୋଜନ କରାଯାଇଥିଲା । ଏଥିରେ ବାଣିଜ୍ୟ ବିଭାଗର ଦ୍ୱିତୀୟ ଓ ତୃତୀୟ ବର୍ଷର ଛାତ୍ରଛାତ୍ରୀମାନେ ନୂତନ ଛାତ୍ରଛାତ୍ରୀଙ୍କୁ ସ୍ୱାଗତ ସମ୍ବର୍ଦ୍ଧନା ଜଣାଇଥିଲେ ।  ଏହି ଅବସରରେ ବାଣିଜ୍ୟ ବିଭାଗର ମୁଖ୍ୟ ଅଧ୍ୟାପକ ଚିତ୍ରସେନ ପଣ୍ଡାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ସଭାରେ ମୁଖ୍ୟଅତିଥି ଭାବେ ମହାବିଦ୍ୟାଳୟର ଅଧ୍ୟକ୍ଷ ଡ଼ଃ ଭୀମସେନ କର ଓ ଅନ୍ୟତମ ଅତିଥି ଭାବେ ଓଡିଆ ବିଭାଗର ମୁଖ୍ୟ ଡ଼ଃ ସୁଧାଂଶୁ ଭୂଷଣ ଦାଶ ଯୋଗଦେଇ ସ୍ୱାଗତ ସମ୍ବର୍ଦ୍ଧନା ଉତ୍ସବର ବିଶେଷତ୍ତ୍ୱ ସଂପର୍କରେ ସୂଚନା ଦେବା ସହ ଛାତ୍ରଛାତ୍ରୀଙ୍କ ଉଜ୍ଜ୍ୱଳ ଭବିଷ୍ୟତ କାମନା କରିଥିଲେ । ଶେଷରେ ଅଧ୍ୟାପିକା ସୁଦିପ୍ତା ଶତପଥୀ ଧନ୍ୟବାଦ ଅର୍ପଣ କରିଥିଲେ।

Comments are closed.