ପିପିଲି ବିଧାନସଭା ଉପନିର୍ବାଚନ ପାଇଁ ବିଜ୍ଞପ୍ତି ପ୍ରକାଶ

ପିପିଲି : ପିପିଲି ବିଧାନସଭା ଉପନିର୍ବାଚନ ପାଇଁ ମଙ୍ଗଳବାର ବିଜ୍ଞପ୍ତି ପ୍ରକାଶ ପାଇଛି। ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ ପକ୍ଷରୁ ଏନେଇ ଆଜି ବିଧିବଦ୍ଧ ବିଜ୍ଞପ୍ତି ପ୍ରକାଶ ପାଇଛି। ବିଜ୍ଞପ୍ତି ଅନୁଯାୟୀ, ଆଜି ଠାରୁ ପ୍ରାର୍ଥୀମାନେ ନାମାଙ୍କନ ଦାଖଲ କରିପାରିବେ। ନାମାଙ୍କନ ଦାଖଲ କରିବାର ଶେଷ ତାରିଖ ମାର୍ଚ୍ଚ ୩୦। ଏପ୍ରିଲ ୩ ପ୍ରାର୍ଥୀପତ୍ର ପ୍ରତ୍ୟାହାରର ଶେଷ ତାରିଖ ବୋଲି ଘୋଷଣା କରାଯାଇଛି। ଏପ୍ରିଲ ୧୭ ସକାଳ ୭ଟାରୁ ସନ୍ଧ୍ୟା ୬ଟା ଯାଏଁ ଭୋଟ ଗ୍ରହଣ ହେବ।
ସୂଚନା ଯୋଗ୍ୟ, ପ୍ରଦୀପ ମହାରଥୀଙ୍କ ମୃତ୍ୟୁ ପରେ ଅକ୍ଟୋବର ୪ରୁ ପିପିଲି ବିଧାନସଭା ଆସନ ଖାଲି ପଡିଛି। ତେବେ ସ୍ୱର୍ଗତ ପ୍ରଦୀପ ମହାରଥୀଙ୍କ ପତ୍ନୀ ପ୍ରତିଭା ମହାରଥୀ କିମ୍ବା ପୁଅ ରୁଦ୍ର ମହାରଥୀ କାହାକୁ ପ୍ରାର୍ଥୀ କରାଯିବ ସେନେଇ ଚର୍ଚ୍ଚା କରାଯାଉଛି।

Comments are closed.