ଅଗଷ୍ଟ ୧୨ରେ ପ୍ରକାଶ ପାଇବ ଯୁକ୍ତ ଦୁଇ ବିଜ୍ଞାନ ପରୀକ୍ଷାଫଳ

ଭୁବନେଶ୍ବର: ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ(ସିଏଚ୍‌ଏସ୍‌ଇ) ଦ୍ବାରା ପରିଚାଳିତ ଯୁକ୍ତ ଦୁଇ ବିଜ୍ଞାନ ପରୀକ୍ଷାଫଳ ଅଗଷ୍ଟ ୧୨ରେ ପ୍ରକାଶ ପାଇବ। ସିଏଚ୍‌ଏସ୍‌ଇ କାର୍ଯ୍ୟାଳୟରେ ମଧ୍ୟାହ୍ନ ୧୨.୩୦ରେ ପ୍ରକାଶ କରାଯିବ। ଏହାପରେ ଛାତ୍ରଛାତ୍ରୀମାନେ ସିଏଚ୍‌ଏସ୍‌ଇ ୱେବ୍‌ସାଇଟ୍‌ରୁ ସେମାନଙ୍କ ପରୀକ୍ଷାଫଳ ଦେଖିପାରିବେ ବୋଲି ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ସୂଚନା ଦେଇଛନ୍ତି। ସେହିପରି ଅଗଷ୍ଟ ତୃତୀୟ ସପ୍ତାହରେ ବାଣିଜ୍ୟ ଓ ଅଗଷ୍ଟ ଶେଷ ସପ୍ତାହରେ  ଯୁକ୍ତ ୨ କଳା ଓ ଧନ୍ଦାମୂଳକ ଶିକ୍ଷା ପରୀକ୍ଷାଫଳ ପ୍ରକାଶ ପାଇବ ବୋଲି ମନ୍ତ୍ରୀ ସମୀର ରଞ୍ଜନ ଦାଶ ପ୍ରକାଶ କରିଛନ୍ତି।

ଚଳିତ ବର୍ଷ ଯୁକ୍ତ ୨ କଳା, ବାଣିଜ୍ୟ ଓ ବିଜ୍ଞାନ ସମେତ ଧନ୍ଦାମୂଳକ ପାଠ୍ୟକ୍ରମ ଶିକ୍ଷାରେ ୩ଲକ୍ଷ ୫୦ ହଜାର ଛାତ୍ରଛାତ୍ରୀ ପରୀକ୍ଷା ଦେଇଛନ୍ତି। ସେଥିମଧ୍ୟରୁ କେବଳ ଯୁକ୍ତ ଦୁଇ ବିଜ୍ଞାନରେ ପରୀକ୍ଷା ଦେଇଛନ୍ତି ୯୭ହଜାର ୫୩୬ଜଣ ଛାତ୍ରଛାତ୍ରୀ।

Comments are closed.