ଇଡୁକିର ରାଜାମଲାଇ ଭୂସ୍ଖଳନରେ ମୃତ୍ୟୁ ଘଟଣା : ୨ଲକ୍ଷ ଟଙ୍କା ଲେଖାଏଁ ଅନୁକମ୍ପା ମୂଳକ ସହାୟତା

ନୂଆଦିଲ୍ଲୀ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଇଡୁକିର ରାଜାମଲାଇ ଭୂସ୍ଖଳନରେ ମୃତ୍ୟୁ ଘଟିଥିବା ପ୍ରତ୍ୟେକ ବ୍ୟକ୍ତିଙ୍କ ନିକଟ ସମ୍ପର୍କୀୟଙ୍କୁ ପ୍ରଧାନମନ୍ତ୍ରୀଙ୍କ ଜାତୀୟ ରିଲିଫ୍ ପାଣ୍ଠିରୁ ୨ଲକ୍ଷ ଟଙ୍କା ଲେଖାଏଁ ଅନୁକମ୍ପା ମୂଳକ ସହାୟତା ଦେବାକୁ ଘୋଷଣା କରିଛନ୍ତି।
ଏକ ଟ୍ୱିଟ୍ କରି ଶ୍ରୀ ମୋଦୀ କହିଛନ୍ତି, ପ୍ରତ୍ୟେକ ଆହତ ଲୋକଙ୍କୁ ୫୦ହଜାର ଟଙ୍କା ଲେଖାଏଁ ସହାୟତା ଦିଆଯିବ। ଭୂସ୍ଖଳନରେ ପ୍ରାଣ ହରାଇଥିବା ଲୋକମାନଙ୍କ ପ୍ରତି ସେ ଶୋକ ପ୍ରକାଶ କରିଛନ୍ତି। ପ୍ରଧାନମନ୍ତ୍ରୀ କହିଛନ୍ତି, ଏନ୍ଡିଆର୍ଏଫ୍ ଓ ପ୍ରଶାସନ ମୂଳ ସ୍ତରରେ କାର୍ଯ୍ୟ କରୁଛନ୍ତି ଏବଂ କ୍ଷତିଗ୍ରସ୍ତ ଲୋକମାନଙ୍କୁ ସହାୟତା ଯୋଗାଉଛନ୍ତି।