ମହାବାତ୍ୟା ଅମ୍ପନର ସ୍ଥିତି ସମୀକ୍ଷା ପାଇଁ ଓଡ଼ିଶାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

ଭୁବନେଶ୍ବର : ମହାବାତ୍ୟା ଅମ୍ପନର ସ୍ଥିତି ସମୀକ୍ଷା କରିବାପାଇଁ ଓଡ଼ିଶାରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ । ଆକାଶ ମାର୍ଗରୁ ପ୍ରଭାବିତ ଅଞ୍ଚଳ ପରିଦର୍ଶନ କରୁଛନ୍ତି ପ୍ରଧାନମନ୍ତ୍ରୀ ।

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ବାୟୁସେନାର ସ୍ବତନ୍ତ୍ର ବିମାନରେ ଶୁକ୍ରବାର ଭୁବନେଶ୍ବର ବିମାନବନ୍ଦରରେ ପହଞ୍ଚିଥିଲେ । ବିମାନ ବନ୍ଦରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ, ମୁଖ୍ୟ ଶାସନ ସଚିବ ଅସିତ ତ୍ରିପାଠୀ, କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ  ଓ ପ୍ରତାପ ଚନ୍ଦ୍ର ଷଡ଼ଙ୍ଗୀଙ୍କ ସମେତ ବହୁ ରାଜନେତା ଓ ବରିଷ୍ଠ ଅଧିକାରୀ  ପ୍ରଧାନମନ୍ତ୍ରୀଙ୍କୁ ସ୍ବାଗତ କରିଥିଲେ। । ପରେ ବାୟୁସେନାର ହେଲିକପ୍ଟର ଯୋଗେ ପ୍ରଧାନମନ୍ତ୍ରୀ,ମୁଖ୍ୟମନ୍ତ୍ରୀ ଓ ରାଜ୍ୟପାଳ ବାତ୍ୟା ‘ଅମ୍ପନ’ରେ ପ୍ରଭାବିତ ହୋଇଥିବା ଅଞ୍ଚଳ ପରିଦର୍ଶନରେ ଯାଇଛନ୍ତି।

Comments are closed.