ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଜନ୍ମଦିନ ; ଛୁଟୁଛି ଶୁଭେଚ୍ଛାର ସୁଅ

ନୂଆଦିଲ୍ଲୀ : ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ୭୨ ତମ ଜନ୍ମଦିବସ। ଏହି ଅବସରରେ ମୋଦୀଙ୍କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ରାହୁଲ ଗାନ୍ଧୀ, ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହଙ୍କ ସମେତ ବହୁ ବିଶିଷ୍ଟ ବ୍ୟକ୍ତି ଶୁଭେଚ୍ଛା ଓ ଶୁଭକାମନା ଜଣାଇଛନ୍ତି।


ଏହି ଅବସରରେ ବିହାରର ମୁଖ୍ୟମନ୍ତ୍ରୀ ନୀତିଶ କୁମାର ମଧ୍ୟ ପ୍ରଧାନମନ୍ତ୍ରୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ଶୁଭକାମନା ଜଣାଇବା ସହ ମୋଦୀଙ୍କ ଦୀର୍ଘାୟୁ ଓ ସୁସ୍ଥ ଜୀବନର କାମନା କରିଛନ୍ତି।
କେନ୍ଦ୍ରୀୟ ଗୃହ ମନ୍ତ୍ରୀ ଅମିତ ଶାହା ମଧ୍ୟ ପ୍ରଧାନମନ୍ତ୍ରୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ଈଶ୍ୱରଙ୍କ ନିକଟରେ ପ୍ରଧାନମନ୍ତ୍ରୀଙ୍କ ଉତ୍ତମ ସ୍ୱାସ୍ଥ୍ୟ ଓ ଦୀର୍ଘାୟୁ ଜୀବନର କାମନା କରିଛନ୍ତି।

Comments are closed.