ଜାପାନ ପ୍ରଧାନମନ୍ତ୍ରୀ କିଶିଦାଙ୍କୁ ଅଭିନନ୍ଦନ ଜଣାଇଲେ ମୋଦୀ

ନୂଆଦିଲ୍ଲୀ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଜାପାନ ପ୍ରଧାନମନ୍ତ୍ରୀ ଫୁମିଓ କିଶିଦାଙ୍କ ସହ କଥାହୋଇ ସେ ଜାପାନ୍‍ର ପ୍ରଧାନମନ୍ତ୍ରୀ ଭାବେ ଦାୟିତ୍ୱ ଗ୍ରହଣ
କରିଥିବାରୁ ତାଙ୍କୁ ଅଭିନନ୍ଦନ ଜଣାଇଛନ୍ତି । ଟ୍ୱିଟ୍‍ କରି ଶ୍ରୀ ମୋଦୀ କହିଛନ୍ତି, ଭାରତ-ଜାପାନ ଭାଗିଦାରୀ ସମ୍ପର୍କକୁ ଉଚ୍ଚସ୍ତରକୁ ନେଇଯିବା ପାଇଁ ସେ ତାଙ୍କ ସହ ମିଶି କାର୍ଯ୍ୟ କରିବାକୁ ଆଗ୍ରହୀ । ଆନ୍ତର୍ଜାତିକ ସ୍ତରରେ ଓ ଭାରତ-ପ୍ରଶାନ୍ତ ମହାସାଗରୀୟ ଅଞ୍ଚଳରେ ଦୁଇ ଦେଶ ପରସ୍ପରକୁ ସହଯୋଗ କରିଆସୁଛନ୍ତି ।

Comments are closed.