ରାଜଘାଟରେ ଜାତିର ପିତାଙ୍କୁ ଶ୍ରଦ୍ଧାସୁମନ ଅର୍ପଣ କଲେ ପ୍ରଧାନମନ୍ତ୍ରୀ ମୋଦୀ

ଆଜି ସାରା ଦେଶ ନିରାଡ଼ମ୍ବର ଭାବେ ୭୪ତମ ସ୍ୱତନ୍ତ୍ରତା ଦିବସ ପାଳନ କରୁଛି। ଏହି ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ପ୍ରଥମେ ରାଜଘାଟ ଯାଇ ସେଠାରେ ଜାତିର ପିତା ମହାତ୍ମା ଗାନ୍ଧୀଙ୍କ ପ୍ରତି ଶ୍ରଦ୍ଧାସୁମନ ଅର୍ପଣ କରିଛନ୍ତି। ଆଉ କିଛି ସମୟ ପରେ ପ୍ରଧାନମନ୍ତ୍ରୀ ଐତିହାସିକ ଲାଲକିଲ୍ଲାରେ ପହଂଚିବେ ଓ ସେଠାରେ ଜାତୀୟ ପତାକା ଉତ୍ତୋଳନ କରିବା ସହ ଦେଶବାସୀଙ୍କୁ ସମ୍ବୋଧିତ କରିବେ।