Deprecated: class-oembed.php is deprecated since version 5.3.0! Use wp-includes/class-wp-oembed.php instead. in /var/www/vhosts/samajalive.in/httpdocs/wp-includes/functions.php on line 4903

ମୁଖ୍ୟମନ୍ତ୍ରୀମାନଙ୍କ ସହ ଆଲୋଚନା କରିବେ ମୋଦୀ

ଭୁବନେଶ୍ବର : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଗୁରୁବାର ଦେଶର କରୋନା ସ୍ଥିତି ନେଇ ସିଧାସଳଖ ଭାବେ ମୁଖ୍ୟମନ୍ତ୍ରୀମାନଙ୍କ ସହିତ ଭିଡିଓ କନଫରେନ୍ସି ମାଧ୍ୟମରେ ଆଲୋଚନା କରିବେ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସହିତ ଆଲୋଚନା ସମୟରେ ମୁଖ୍ୟ ଶାସନ ସଚିବ, ପୁଲିସ୍‍ ମହାନିର୍ଦ୍ଦେଶକ, ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର ପ୍ରମୁଖ ଶାସନ ସଚିବ ଓ ଅନ୍ୟ ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ରହିବେ ।
ସମଗ୍ର ଦେଶରେ ଲକ୍‍ ଡାଉନ୍‍ ଘୋଷଣା ହେବାର ଦିନକ ପୂର୍ବରୁ ପ୍ରଧାନମନ୍ତ୍ରୀ ଶ୍ରୀ ମୋଦୀ ମୁଖ୍ୟମନ୍ତ୍ରୀମାନଙ୍କ ସହିତ ଆଲୋଚନା କରିଥିଲେ । ଇତି ମଧ୍ୟରେ କରୋନା ସଂକ୍ରମଣକୁ ରୋକିବାପାଇଁ କେନ୍ଦ୍ର ସ୍ୱରାଷ୍ଟ୍ର ମନ୍ତ୍ରାଳୟ ପକ୍ଷରୁ ଲକ୍‍ ଡାଉନ୍‍ ସମୟରେ ଉଭୟ କେନ୍ଦ୍ର ସରକାରଙ୍କ ବିଭିନ୍ନ ମନ୍ତ୍ରାଳୟ ଓ ରାଜ୍ୟ ସରକାରଙ୍କ ବିଭାଗଗୁଡିକ ଲାଗି ମାର୍ଗଦର୍ଶିକା ଜାରି କରାଯାଇଛି ।