ଚାଷୀଙ୍କ ପାଇଁ ଖୁସି ଖବର, ବଢ଼ିଲା ପ୍ରଧାନମନ୍ତ୍ରୀ ଫସଲ ବୀମା ଅବଧି

ଭୁବନେଶ୍ୱର : ରାଜ୍ୟର ଚାଷୀଙ୍କ ପାଇଁ ଖୁସି ଖବର, ବଢ଼ିଲା ପ୍ରଧାନମନ୍ତ୍ରୀ ଫସଲ ବୀମା ଅବଧି। ଚଳିତ ଖରିଫ୍ ଋତୁରେ ପ୍ରଧାନମନ୍ତ୍ରୀ ଫସଲବୀମା ଯୋଜନାରେ ଚାଷୀମାନଙ୍କୁ ବୀମାଭୁକ୍ତ କରିବା ପାଇଁ ସମୟସୀମା ଅଗଷ୍ଟ ୫ ତାରିଖ ଯାଏଁ ସରକାର ବୃଦ୍ଧି କରିଛନ୍ତି। ରାଜ୍ୟ ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ତଥା ସମବାୟ ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ୱାଇଁ ଏନେଇ ଟ୍ୱିଟ ଯୋଗେ ସୂଚନା ଦେଇଛନ୍ତି ।

Comments are closed.