ମହାରଥୀଙ୍କ ବିୟୋଗରେ ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀଙ୍କ ସମେତ ବହୁ ବିଶିଷ୍ଟ ବ୍ୟକ୍ତି

ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ମହାରଥୀଙ୍କ ଶେଷକୃତ୍ୟ ସମ୍ପନ୍ନ ହେବ ବୋଲି ମୁଖ୍ୟମନ୍ତ୍ରୀଙ୍କ ଘୋଷଣା

ଭୁବନେଶ୍ୱର : ପୂର୍ବତନ ମନ୍ତ୍ରୀ ତଥା ପିପିଲି ବିଧାୟକ ତଥା ବିଜେଡ଼ିର ଜଣେ ଟାଣୁଆ ନେତା ପ୍ରଦୀପ ମହାରଥୀଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, ରାଜ୍ୟପାଳଙ୍କ ସମେତ ବହୁ ବିଶିଷ୍ଟ ବ୍ୟକ୍ତି ଗଭୀର ଶୋକ ପ୍ରକାଶ କରିଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି, ବିଜେଡ଼ିର ଜଣେ ଟାଣୁଆ ନେତା ମହାରଥୀ। ପ୍ରକୃତରେ ସାଧାରଣ ଲୋକଙ୍କ ନେତା ଥିଲେ ମହାରଥୀ। ଏହାସହ ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ମହାରଥୀଙ୍କ ଶେଷକୃତ୍ୟ ସମ୍ପନ୍ନ ହେବ ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି।
ଏହାସହ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ମଧ୍ୟ ଶୋକ ପ୍ରକାଶ କରିଛନ୍ତି। ସେ କହିଛନ୍ତି ଲୋକଙ୍କ ସାଙ୍ଗରେ ରହି ସମସ୍ୟାର ସମାଧାନ କରୁଥିଲେ ମହାରଥୀ। ବିଜେପି ରାଷ୍ଟ୍ରୀୟ ଉପାଧ୍ୟକ୍ଷ ବୈଜୟନ୍ତ ପଣ୍ଡା ମଧ୍ୟ ଶୋକ ପ୍ରକାଶ କରିଛନ୍ତି।

Comments are closed.