ବିଧାୟକ ପ୍ରଦୀପ ପାଣିଗ୍ରାହୀଙ୍କୁ ଜାମିନ

ଭୁବନେଶ୍ବର: ଗୋପାଳପୁର ବିଧାୟକ ପ୍ରଦୀପ ପାଣିଗ୍ରାହୀଙ୍କୁ ବୁଧବାର ସର୍ତ୍ତମୂଳକ ଜାମିନ ମିଳିଛି। ଠକେଇ ଓ ଅନ୍ୟାନ୍ୟ ମାମଲାରେ ଫସିଥିବା ପ୍ରଦୀପଙ୍କୁ କ୍ରାଇମବ୍ରାଞ୍ଚ ପକ୍ଷରୁ ରୁଜୁ ମାମଲାରେ ହାଇକୋର୍ଟ ଜାମିନ ପ୍ରଦାନ କରିଛନ୍ତି। ୫ ଲକ୍ଷ ଟଙ୍କା ଲେଖାଏଁ ୨ ଜଣ ଜାମିନଦାରଙ୍କ ବଦଳରେ ପ୍ରଦୀପଙ୍କୁ ଜାମିନ ମିଳିଛି। ଏହାସହିତ ୨୪ ଲକ୍ଷ ଟଙ୍କା ନଗଦ ଜମା କରିବାକୁ ହାଇକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି।

ସୂଚନାଯୋଗ୍ୟ, ପ୍ରଦୀପଙ୍କୁ ଗତବର୍ଷ ଡିସେମ୍ବର ୩ ତାରିଖରେ କ୍ରାଇମବ୍ରାଞ୍ଚ ଗିରଫ କରିଥିଲା। ତାଙ୍କ ବିରୋଧରେ ଦଫା ୪୧୯, ୪୨୦, ୪୬୭, ୪୬୮, ୪୬୯, ୪୭୧, ୧୨୦ ବି, ଆଇଟି ଆକ୍ଟ ୨୦୦୦ର ଦଫା ୬୬ସି ଓ ଡିରେ ମାମଲା ରୁଜୁ ହୋଇଛି। ଟାଟା କମ୍ପାନୀରେ ଚାକିରୀ କରାଇଦେବାକୁ କହି ଭାବୀ ଜ୍ୱାଇଁ ଆକାଶ ପାଠକଙ୍କ ପାଇଁ ସେ ଟଙ୍କା ଆଦାୟ କରୁଥିଲେ ବୋଲି ଅଭିଯୋଗ ରହିଛି। ଏହା ସହିତ ଠକେଇ, ଜାଲିଆତି, ଅପରାଧିକ ଷଡ଼ଯନ୍ତ୍ର, ସାଇବର ଅପରାଧରେ ପ୍ରଦୀପଙ୍କୁ ଗିରଫ କରାଯାଇଥିଲା।

 

Comments are closed.