ବିଧାୟକ ପ୍ରଦୀପ ପାଣିଗ୍ରାହୀଙ୍କ ଲୋକାୟୁକ୍ତରେ ମାମଲା ; ଭିଜିଲାନ୍ସ ତଦନ୍ତ ନିର୍ଦ୍ଦେଶ ହାଇକୋର୍ଟରେ  ଖାରଜ

କଟକ :  ଗୋପାଳପୁର ବିଧାୟକ ପ୍ରଦୀପ ପାଣିଗ୍ରାହୀଙ୍କ ନାଁରେ ଲୋକାୟୁକ୍ତରେ ଥିବା ମାମଲାର ଭିଜିଲାନ୍ସ ତଦନ୍ତ ନିର୍ଦ୍ଦେଶକୁ ଓଡ଼ିଶା ହାଇକୋର୍ଟ ଖାରଜ କରିଦେଇଛନ୍ତି। ମାମଲାର ଆବେଦନକାରୀ ଖୋଦ୍ ଭିଜିଲାନ୍ସ ହୋଇଥିବାରୁ ଏହାକୁ ଚ୍ୟାଲେଞ୍ଜ୍ କରି ପ୍ରଦୀପ ପାଣିଗ୍ରାହୀ ହାଇକୋର୍ଟ ଯାଇଥିଲେ। ତେବେ ମାମଲାର ଶୁଣାଣି କରି ଅଦାଲତ ଏହାକୁ ଖାରଜ କରି ଦେଇଛନ୍ତି। ଭିଜିଲାନ୍ସ ତଦନ୍ତ ନିର୍ଦ୍ଦେଶକୁ ଚାଲେଞ୍ଜ କରି ଶ୍ରୀ ପାଣିଗ୍ରାହୀ ହାଇକୋର୍ଟର ଦ୍ବାରସ୍ଥ ହୋଇଥିଲେ।

Comments are closed.