ରାଜ୍ୟସଭା ସାଂସଦ ପ୍ରସନ୍ନ ଆଚାର୍ଯ୍ୟଙ୍କୁ କରୋନା; ଆଶୁ ଆରୋଗ୍ୟ କାମନା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ରାଜ୍ୟସଭା ସାଂସଦ ତଥା ବିଜେଡିର ବରିଷ୍ଠ ନେତା ପ୍ରସନ୍ନ ଆଚାର୍ଯ୍ୟ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏନେଇ ସେ ସୂଚନା ଦେଇଛନ୍ତି।

ସାଂସଦ ପ୍ରସନ୍ନ ଆଚାର୍ଯ୍ୟଙ୍କ ଆଶୁ ଆରୋଗ୍ୟ କାମନା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ମୁଖ୍ୟମନ୍ତ୍ରୀ ଟ୍ୱିଟ୍ କରି ଲେଖିଛନ୍ତି ଯେ, ରାଜ୍ୟସଭା ସାଂସଦ ଶ୍ରୀ ପ୍ରସନ୍ନ ଆଚାର୍ଯ୍ୟ କୋଭିଡ-୧୯ ସଂକ୍ରମିତ ହୋଇଥିବା ଜାଣିବାକୁ ପାଇଲି। ତାଙ୍କ ଆଶୁ ଆରୋଗ୍ୟ ଏବଂ ଉତ୍ତମ ସ୍ୱାସ୍ଥ୍ୟ କାମନା କରୁଛି।

Comments are closed.