୨୧ରେ ଓଡିଶା ଆସିବେ ରାଷ୍ଟ୍ରପତି ରାମନାଥ କୋବିନ୍ଦ

ରାଷ୍ଟ୍ରପତି ରାମନାଥ କୋବିନ୍ଦ ଆସନ୍ତା ୨୧ ତାରିଖରେ ୨ ଦିନିଆ ଓଡ଼ିଶା ଗସ୍ତରେ ଆସିବେ। ମାର୍ଚ୍ଚ ୨୧ରେ ସେ ରାଉରକେଲାସ୍ଥିତ ଏନଆଇଟିର ୧୮ତମ ସମାବର୍ତ୍ତନ ଉତ୍ସବରେ ଯୋଗଦେବା ସହ ଆଇ.ଜି.ଏଚ ସୁପର ସ୍ପେଶିଆଲିଟି ହସ୍ପିଟାଲ ଉଦ୍‍ଘାଟନ କରିବାର କାର୍ଯ୍ୟକ୍ରମ ରହିଛି। ରାଷ୍ଟ୍ରପତି ସେହିଦିନ ରାଜଭବନରେ ରାତ୍ରିଯାପନ କରିବେ।

ଏହାପରେ ରାଷ୍ଟ୍ରପତି ଶ୍ରୀ କୋବିନ୍ଦ ମାର୍ଚ୍ଚ ୨୨ ଅର୍ଥାତ ଗସ୍ତର ଦ୍ଵିତୀୟ ଦିନରେ କୋଣାର୍କ ସୂର୍ଯ୍ୟ ମନ୍ଦିର ପରିଦର୍ଶନ କରିବେ। ରାଷ୍ଟ୍ରପତି ଭାବରେ ଦାୟିତ୍ୱ ନେବାପରେ ସେ ପ୍ରଥମ ଥର କୋଣାର୍କ ସୂର୍ଯ୍ୟ ମନ୍ଦିର ପରିଦର୍ଶନ କରିବେ ବୋଲି ସୂଚନା ମିଳିଛି। ରାଷ୍ଟ୍ରପତିଙ୍କ ଗସ୍ତକୁ ଦୃଷ୍ଟିରେ ରଖି ଏନଆଇଟି ଏବଂ କୋଣାର୍କ ମନ୍ଦିରରେ ପ୍ରସ୍ତୁତି କାର୍ଯ୍ୟ ଆରମ୍ଭ ହୋଇଯାଇଛି। ରାଷ୍ଟ୍ରପତି ଶ୍ରୀ କୋବିନ୍ଦ ଭୁବନେଶ୍ୱର ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରରେ ଅବତରଣ କରିବା ପରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ ତାଙ୍କୁ ଭବ୍ୟ ସ୍ୱାଗତ କରିବାର କାର୍ଯ୍ୟକ୍ରମ ରହିଛି।

Comments are closed.