ଭୁବନେଶ୍ବରରେ ପହଞ୍ଚିଲେ ରାଷ୍ଟ୍ରପତି କୋବିନ୍ଦ

ଭୁବନେଶ୍ବର: ଓଡିଶାରେ ପହଞ୍ଚିଲେ ରାଷ୍ଟ୍ରପତି ରାମନାଥ କୋବିନ୍ଦ। ଶନିବାର ସନ୍ଧ୍ୟା ୭.୩୦ରେ ଭୁବନେଶ୍ବର ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନ ବନ୍ଦରରେ  ବାୟୁସେନାର ଏକ ସ୍ବତନ୍ତ୍ର ବିମାନରେ ଆସି ଅବତରଣ କରିଛନ୍ତି ରାଷ୍ଟ୍ରପତି ।  ବିମାନ ବନ୍ଦରରେ ରାଷ୍ଟ୍ରପତିଙ୍କୁ ସ୍ବାଗତ କରିବା ପାଇଁ ଓଡିଶାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ,ରାଜ୍ୟପାଳ ପ୍ରଫେସର ଗଣେଣି ଲାଲ୍,ଆନ୍ଦ୍ରପ୍ରଦେଶ ରାଜ୍ୟପାଳ ବିଶ୍ବଭୂଷଣ ହରିଚନ୍ଦନ, କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ଭୁବନେଶ୍ବର ସାଂସଦ ଅପରାଜିତା ଷଡଙ୍ଗୀ, ପୁଲିସ ଡିଜି ସତ୍ୟଜିତ ମହାନ୍ତି, ମୁଖ୍ୟ ଶାସନ ସଚିବ ଅସୀତ ତ୍ରିପାଠି ପ୍ରମୁଖ ପହଞ୍ଚିଥିଲେ। ବିମାନବନ୍ଦରରୁ ରାଷ୍ଟ୍ରପତି ସିଧାସଳଖ ରାଜଭବନ ଅଭିମୁଖେ ଯାଇଛନ୍ତି। ଆଜି ରାଜଭବନରେ ରାତ୍ରୀଯାପନ କରିବେ ରାଷ୍ଟ୍ରପତି।  ଆସନ୍ତାକାଲି ସକାଳେ ରାଷ୍ଟ୍ରପତି ଖୋର୍ଦ୍ଧାର ବରୁଣେଇଠାରେ ପାଇକ ବିଦ୍ରୋହ ସ୍ମାରକୀର ଶିଳାନ୍ୟାସ କରିବା କାର୍ୟ୍ୟକ୍ରମ ରହିଛି। ପରେ ସେ ଉତ୍କଳ ବିଶ୍ୱବିଦ୍ୟାଳୟର ପ୍ଲାଟିନମ୍‍ ଜୁବଲି ସମାରୋହରେ ଯୋଗଦେବେ। ପରେ ସେ ରାଜଭବନରେ ମଧ୍ୟାହ୍ନ ଭୋଜନ କରି ଆସନ୍ତାକାଲି ସନ୍ଧ୍ୟା ୫ଟାରେ ନୂଆଦିଲ୍ଲୀ ପ୍ରତ୍ୟାବର୍ତ୍ତନ କରିବେ ବୋଲି ଜଣାପଡ଼ିଛି।

Comments are closed.