ରାଷ୍ଟ୍ରପତିଙ୍କ ସ୍ବାସ୍ଥ୍ୟାବସ୍ଥା ସ୍ଥିର, ଦିଲ୍ଲୀ ଏମ୍‌ସକୁ ସ୍ଥାନାନ୍ତର

ନୂଆଦିଲ୍ଲୀ: ରାଷ୍ଟ୍ରପତି ରାମନାଥ କୋବିନ୍ଦଙ୍କ ସ୍ବାସ୍ଥ୍ୟାବସ୍ଥାରେ ସାମାନ୍ୟ ସୁଧାର ଆସିଥିଲେ ହେଁ ତାହା ସ୍ଥିର ରହିଛି। ଅଧିକ ଚିକିତ୍ସା ପାଇଁ ତାଙ୍କୁ ଶନିବାର ଆର୍ମି ହସ୍ପିଟାଲରୁ ଦିଲ୍ଲୀ ଏମ୍‌ସକୁ ସ୍ଥାନାନ୍ତର କରାଯାଇଛି।

ଗତ ଶୁକ୍ରବାର ରାଷ୍ଟ୍ରପତି ଛାତିରେ ଯନ୍ତ୍ରଣା ଅନୁଭବ କରିବାରୁ ତାଙ୍କୁ ଦିଲ୍ଲୀର ଆର୍ମି ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ସେଠାରେ ଡାକ୍ତରମାନେ ତାଙ୍କର ସ୍ବାସ୍ଥ୍ୟ ପରୀକ୍ଷା କରିବା ପରେ ହସ୍ପିଟାଲ ପକ୍ଷରୁ ଏକ ବୁଲେଟିନ୍‌ ଜାରି କରାଯାଇଥିଲା। ବୁଲେଟିନ୍‌ରେ କୁହାଯାଇଥିଲା ଯେ, ରାଷ୍ଟ୍ରପତିଙ୍କ ସ୍ବାସ୍ଥ୍ୟାବସ୍ଥା ସ୍ଥିର ରହିଛି। ତାଙ୍କୁ ଅଧିକ ଚିକିତ୍ସା ପାଇଁ ଏମ୍‌ସ ସ୍ଥାନାନ୍ତର କରାଯାଇଛି। ଗତ ଶୁକ୍ରବାର ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ ଆର୍ମି ହସ୍ପିଟାଲକୁ ଯାଇ ରାଷ୍ଟ୍ରପତିଙ୍କ ସ୍ବାସ୍ଥ୍ୟାବସ୍ଥା ସମ୍ପର୍କରେ ପଚାରି ବୁଝିଥିଲେ।

Comments are closed.