ରାଷ୍ଟ୍ରପତି ରାମନାଥ କୋବିନ୍ଦଙ୍କ ବାଇପାସ୍‍ ଅସ୍ତ୍ରୋପଚାର ସଫଳ

ରାଷ୍ଟ୍ରପତି ରାମନାଥ କୋବିନ୍ଦଙ୍କର ନୂଆଦିଲ୍ଲୀ ସ୍ଥିତ ଅଖିଳ ଭାରତୀୟ ଆୟୁର୍ବିଜ୍ଞାନ ସଂସ୍ଥାନ – ଏମ୍ସରେ ସଫଳତାର ସହ ବାଇପାସ୍‍ ଅସ୍ତ୍ରୋପଚାର କରାଯାଇଛି। ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ ଏମ୍ସ ନିର୍ଦ୍ଦେଶକଙ୍କ ସହ କଥାବାର୍ତ୍ତା କରି ରାଷ୍ଟ୍ରପତିଙ୍କ ସ୍ୱାସ୍ଥ୍ୟ ବିଷୟରେ ପଚାରି ବୁଝିଛନ୍ତି। ଶ୍ରୀ ସିଂହ ତାଙ୍କର ଆଶୁ ଆରୋଗ୍ୟ କାମନା କରିଛନ୍ତି। ଡାକ୍ତରମାନେ ସଫଳତାର ସହ ବାଇପାସ୍‍ ଅସ୍ତ୍ରୋପଚାର କରିଥିବାରୁ ଶ୍ରୀ ସିଂହ ସେମାନଙ୍କୁ ଅଭିନନ୍ଦନ ଜଣାଇଛନ୍ତି।


ଗତ ସପ୍ତାହରେ ରାଷ୍ଟ୍ରପତି ଛାତିରେ ଯନ୍ତ୍ରଣା ଅନୁଭବ କରିବା ପରେ ଦିଲ୍ଲୀର ଆର୍ମି ରିସର୍ଚ୍ଚ ଆଣ୍ଡ ରେଫରାଲ ହସ୍ପିଟାଲ ଯାଇ ସ୍ୱାସ୍ଥ୍ୟ ପରୀକ୍ଷା କରିଥିଲେ। ପରେ ତାଙ୍କୁ ଏମ୍ସକୁ ସ୍ଥାନାନ୍ତରିତ କରାଯାଇଥିଲା ଓ ଡାକ୍ତରମାନେ ସଫଳତାର ସହ ତାଙ୍କର ଅସ୍ତ୍ରୋପଚାର କରିଛନ୍ତି।

Comments are closed.