ଶ୍ରୀମନ୍ଦିର ପରିଚାଳନା କମିଟିର ଗୁରୁତ୍ୱପୂର୍ଣ୍ଣ ବୈଠକ

ପୁରୀ: ଶ୍ରୀମନ୍ଦିର ପରିଚାଳନା କମିଟି ପକ୍ଷରୁ ଶୁକ୍ରବାର ପୂର୍ବାହ୍ନ୧୧ଟାରେ ମନ୍ଦିର କାର୍ଯ୍ୟାଳୟରେ ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ ହୋଇଯାଇଛି। ଗଜପତି ମହାରାଜଙ୍କ ଅଧ୍ୟକ୍ଷତାରେ ପରିଚାଳନା ଏହି ବୈଠକ ଅନୁଷ୍ଠିତ ହୋଇଥିଲା। ଶ୍ରୀମନ୍ଦିର ସଂସ୍କାର ନେଇ ସୁପ୍ରିମକୋର୍ଟଙ୍କ ୨୨ଟି ନିର୍ଦେଶ ପ୍ରସଙ୍ଗରେ ବୈଠକରେ ଆଲୋଚନା ହୋଇଥିଲା। ବୈଠକରେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ କ୍ରିଷନ କୁମାର ଉପସ୍ଥିତ ରହିଥିଲେ। ଏହା ସହ କାର୍ଯ୍ୟକାରୀ ଅଧ୍ୟକ୍ଷ ସୁରେଶ ମହାପାତ୍ର ମଧ୍ୟ ବୈଠକରେ ସାମିଲ ହୋଇଥିଲେ।

Comments are closed.