ରଥଯାତ୍ରା ପ୍ରସ୍ତୁତି ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ

ପୁରୀ : ପୁରୀରେ ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ନୀଳାଦ୍ରି ଭକ୍ତ ନିବାସରେ ରଥଯାତ୍ରା ସମୀକ୍ଷା ବୈଠକ ଶୁକ୍ରବାର ଅନୁଷ୍ଠିତ ହୋଇଛି। ଏହି ବୈଠକରେ ବିଭିନ୍ନ ବିଭାଗର ମନ୍ତ୍ରୀ ତଥା ସ୍ୱାସ୍ଥ୍ୟ ମନ୍ତ୍ରୀ ନବ ଦାସ, ଆଇନ ମନ୍ତ୍ରୀ ପ୍ରତାପ ଜେନା , ମୁଖ୍ୟ ଶାସନ ସଚିବ, ପୁଲିସ ମହାନିର୍ଦ୍ଦେଶକ, ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ , ଜିଲ୍ଲାପାଳଙ୍କ ସହ ସମସ୍ତ ବିଭାଗୀୟ ଅଧିକାରୀ ପ୍ରମୁଖ ଉପସ୍ଥିତ ରହିଛନ୍ତି। ରଥଯାତ୍ରା ସୁରୁଖୁରରେ କରିବା ପାଇଁ ଏହା ଶେଷ ସମନ୍ୱୟ ବୈଠକ। ରଥଯାତ୍ରାକୁ ସଫଳ କରିବା ପାଇଁ ମୁଖ୍ୟମନ୍ତ୍ରୀ ସମସ୍ତଙ୍କ ସହଯୋଗ କାମନା କରିଛନ୍ତି। ଏହି ସମୀକ୍ଷା ବୈଠକରେ ରଥ ନିର୍ମାଣ ଠାରୁ ଆରମ୍ଭ କରି ଘୋଷଯାତ୍ରାର ନୀତିକାନ୍ତି ଉପରେ ଆଲୋଚନା କରାଯାଇଛି।

Comments are closed.