ଶାନ୍ତିଶୃଙ୍ଖଳାର ସହ ସରିଲା ଶ୍ରୀଜୀଉଙ୍କ ଘୋଷଯାତ୍ରା, ଧନ୍ୟବାଦ ଜଣାଇଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

ଭୁବନେଶ୍ୱର: ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଘୋଷଯାତ୍ରା ଶାନ୍ତିଶୃଙ୍ଖଳାର ସହ ସମ୍ପନ୍ନ ହୋଇଛି। ଏଥିପାଇଁ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଧନ୍ୟବାଦ ଜଣାଇଛନ୍ତି।
କରୋନା ମହାମାରୀ କଟକଣା ମଧ୍ୟରେ ଶ୍ରୀକ୍ଷେତ୍ରରେ ମହାପ୍ରଭୁଙ୍କ ରଥଯାତ୍ରା, ବାହୁଡ଼ା ଯାତ୍ରା, ସୁନାବେଶ, ଅଧରପଣା ଓ ଆଜି ନୀଳାଦ୍ରି ବିଜେ ନୀତି ଶାନ୍ତି ଶୃଙ୍ଖଳାର ସହିତ ଅନୁଷ୍ଠିତ ହୋଇଯାଇଛି। ଏ ସମସ୍ତ ନୀତିକାନ୍ତ ଭକ୍ତଶୂନ୍ୟ ହେଲେ ବି କୋଟି କୋଟି ଭକ୍ତ ବିଭିନ୍ନ ଗଣମାଧ୍ୟମ ଓ ସାମାଜିକ ଗଣମାଧ୍ୟମରେ ମହାପ୍ରଭୁଙ୍କର ଆଶୀର୍ବାଦ ଲାଭ କରିଛନ୍ତି। ଏଥିପାଇଁ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଗୋବର୍ଦ୍ଧନ ମଠର ପୂଜ୍ୟ ଶଙ୍କରାଚାର୍ଯ୍ୟ ମହାରାଜ, ଗଜପତି ମହାରାଜ ଶ୍ରୀ ଦିବ୍ୟସିଂହ ଦେବ, ପୁରୀର ଜନସାଧାରଣ, ଛତିଶା ନିଯୋଗ, ସେବାୟତ ତଥା ମନ୍ଦିର ପ୍ରଶାସନକୁ ଧନ୍ୟବାଦ ଦେଇଛନ୍ତି।