ପୁରୀ ପାଇବ ନୂଆ ମେଡିକାଲ କଲେଜ: ଶୁଭାରମ୍ଭ କରିବେ ମୁଖ୍ୟମନ୍ତ୍ରୀ

ପୁରୀ: ଆଜି ପୁରୀରେ ଶ୍ରୀ ଜଗନ୍ନାଥ ମେଡିକାଲ କଲେଜର ଶୁଭାରମ୍ଭ ହେବ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମେଡିକାଲ କଲେଜର ଶୁଭାରମ୍ଭ କରିବାର କାର୍ଯ୍ୟକ୍ରମ ରହିଛି । ସଂଧ୍ୟା ୫ଟାରେ ହେଲିକପ୍ଟର ଯୋଗେ ମୁଖ୍ୟମନ୍ତ୍ରୀ ପୁରୀରେ ପହଞ୍ଚିବା ସହ ୩ଶହ କୋଟିରୁ ଊର୍ଦ୍ଧ୍ୱ ଟଙ୍କାର ପ୍ରକଳ୍ପର ଶୁଭାରମ୍ଭ କରିବେ । ମୁଖ୍ୟମନ୍ତ୍ରୀଙ୍କ ଗସ୍ତକୁ ନେଇ ପୁରୀରେ ସୁରକ୍ଷାବ୍ୟବସ୍ଥା କଡ଼ାକଡ଼ି କରାଯାଇଛି । ବ୍ୟାପକ ପୁଲିସ ମୁତୟନ ହେବା ସହ ସମସ୍ତ ଦିଗ ଉପରେ ନଜର ରଖିଛି ପ୍ରଶାସନ । ସୂଚନା ମୁତାବକ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହି କାର୍ଯ୍ୟକ୍ରମରେ ସଂଧ୍ୟା ୫ଟାରେ ଯୋଗଦେବା ପରେ ସାଢ଼େ ୫ଟାରେ ପୁଣି ଭୁବନେଶ୍ୱରକୁ ଫେରି​‌ବେ ।

Comments are closed.