ବରିଷ୍ଠ ଦଇତା ସେବାୟତ ପ୍ରେମାନନ୍ଦ ଦାସମହାପାତ୍ରଙ୍କ ପରଲୋକ

ପୁରୀ : ବରିଷ୍ଠ ଦଇତା ସେବାୟତ ତଥା ଶ୍ରୀମନ୍ଦିର ପରିଚାଳନା କମିଟିର ପୂର୍ବତନ ସଦସ୍ୟ ପ୍ରେମାନନ୍ଦ ଦାସମହାପାତ୍ରଙ୍କ ପରଲୋକ ଘଟିଛି। ପୁରୀ ଜିଲା ମୁଖ୍ୟ ଡ଼ାକ୍ତରଖାନାରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ଘଟିଛି। ମୃତ୍ୟୁ ବେଳକୁ ୬୫ ବର୍ଷ ବୟସ ହୋଇଥିଲା। ଗତକାଲି ରାତିରେ ସେ ଅସୁସ୍ଥ ଅନୁଭବ କରିବାରୁ ତାଙ୍କୁ ମେଡ଼ିକାଲରେ ଭର୍ତ୍ତି କରାଯାଇଥିଲା।
ମିଳିଥିବା ସୂଚନା ଅନୁଯାୟୀ, ପ୍ରେମାନନ୍ଦ ଦାସମହାପାତ୍ର କିଛି ଦିନ ପୂର୍ବେ କରୋନା ଆକ୍ରାନ୍ତ ହୋଇ ଚିକିତ୍ସିତ ହୋଇ ସଙ୍ଗରୋଧ କେନ୍ଦ୍ରରେ ରହିଥିଲେ। ତେବେ ଗତକାଲି ପୁଣି ତାଙ୍କ ଦେହ ଖରାପ ହୋଇଥିଲା। କେଉଁ କାରଣରୁ ତାଙ୍କର ମୃତ୍ୟୁ ହୋଇଛି କୌଣସି ସ୍ପଷ୍ଟ ସୂଚନା ମିଳି ନାହିଁ।

 

Comments are closed.