ଆଜି ବନକଲାଗି ନୀତି ; ଅପରାହ୍ନ ୪ଟାରୁ ୪ ଘଣ୍ଟା ଦର୍ଶନ ବନ୍ଦ

ପୁରୀ : ଆଜି ମାଘ କୃଷ୍ଣ ପକ୍ଷ ପଞ୍ଚମୀ ତିଥିରେ ମହାପ୍ରଭୁଙ୍କ ବନକଲାଗି ବା ଶ୍ରୀମୁଖସିଂହାର ଅନୁଷ୍ଠିତ ହେବ। ଏଥିପାଇଁ ଅପରାହ୍ନ ୪ ଟାରୁ ସନ୍ଧ୍ୟା ୮ଟା ପର୍ଯ୍ୟନ୍ତ ସର୍ବସାଧାରଣଙ୍କ ଦର୍ଶନ ବନ୍ଦ ରହିବ। ଦ୍ୱିତୀୟ ଭୋଗ ମଣ୍ଡପ ପରେ ସେବାୟତମାନେ ରତ୍ନବେଦୀରେ ମହାପ୍ରଭୁଙ୍କ ଏହି ଗୁପ୍ତ ନୀତି ଆରମ୍ଭ କରିବେ। ଏହା ଏକ ଗୁପ୍ତ ନୀତି ହୋଇଥିବାରୁ ପରମ୍ପରା ଅନୁଯାୟୀ, ଏହି ସମୟରେ ସାଧାରଣ ଦର୍ଶନ ବନ୍ଦ ରହିଥାଏ। ଦୀର୍ଘ ୪ ଘଣ୍ଟା ଧରି ଏହି ନୀତି ଅନୁଷ୍ଠିତ ହେବା ସହ ମହାପ୍ରଭୁଙ୍କ ଶ୍ରୀମୁଖସିଂହାର କରାଯାଇଥାଏ।

Comments are closed.