ଆଜି ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କୁ ଦର୍ଶନ କରିଛନ୍ତି ସର୍ବୋଚ୍ଚ ନ୍ୟାୟାଳୟ ପ୍ରଧାନ ବିଚାରପତି ଜଷ୍ଟିସ ଏନ୍.ଭି ରମନା

ପୁରୀ :ଆଜି ଶ୍ରୀମନ୍ଦିରରେ ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କୁ ସର୍ବୋଚ୍ଚ ନ୍ୟାୟାଳୟ ପ୍ରଧାନ ବିଚାରପତି ଜଷ୍ଟିସ ଏନ୍.ଭି ରମନା ଦର୍ଶନ କରିଛନ୍ତି। ତାଙ୍କ ସହ ଓଡ଼ିଶା ହାଇକୋର୍ଟ ମୁଖ୍ୟ ବିଚାରପତି ଜଷ୍ଟିସ ଏସ ମୂରଲୀଧର, ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ କ୍ରିଷନ କୁମାର, ୫ ଟି ସଚିବ ଭି କେ ପାଣ୍ଡିଆନ, ଜିଲ୍ଲାପାଳ ସମର୍ଥ ବର୍ମା, ଆରକ୍ଷୀ ଅଧିକ୍ଷକ କନୱର ବିଶାଳ ସିଂହ ପ୍ରମୁଖ ଉପସ୍ଥିତ ଥିଲେ। ଶ୍ରୀମନ୍ଦିର ଭିତର କାଠ ପାଖରେ ଛିଡ଼ାହୋଇ ପ୍ରଧାନ ବିଚାରପତି ଜଷ୍ଟିସ ରମନା ମହାପ୍ରଭୁଙ୍କୁ ଦର୍ଶନ କରିଛନ୍ତି।

Comments are closed.