ଆସନ୍ତାକାଲି ବନକଲାଗି ନୀତି ; ଅପରାହ୍ନ ୪ଟାରୁ ସର୍ବସାଧାରଣ ଦର୍ଶନ ବନ୍ଦ

ପୁରୀ : ଆସନ୍ତାକାଲି ମାର୍ଗଶୀର ଶୁକ୍ଳ ଦ୍ୱାଦଶୀ ତିଥିରେ ଶ୍ରୀମନ୍ଦିରରେ ଶ୍ରୀଜିଉଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ। ବୁଧବାର ବନକଲାଗି ନୀତି ଅନୁଷ୍ଠିତ ହେଉଥିବାରୁ ଅପରାହ୍ନ ୪ଟାରୁ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ। ବନକଲାଗି ବା ଶ୍ରୀମୁଖ ଶୃଙ୍ଗାର ନୀତି ଗୁପ୍ତ ନୀତି  ହୋଇଥିବାରୁ ଏହି ସମୟରେ ସର୍ବସାଧାରଣ ଦର୍ଶନ ବନ୍ଦ ରହିଥାଏ। କେବଳ ସେବାୟତଙ୍କ ଦ୍ୱାରା ସ୍ୱତନ୍ତ୍ର ନୀତିରେ ଏହା କରାଯାଇଥାଏ।

Comments are closed.