କ୍ବାରେଣ୍ଟାଇନ୍‌ ଶେଷ କରିଥିବା ପ୍ରବାସୀଙ୍କୁ ମିଳିଲା ୫୮ କୋଟି ୪୮ ଲକ୍ଷ

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀଙ୍କ ଘୋଷଣା କ୍ରମେ ଓଡ଼ିଶାକୁ ଫେରି ଆନୁଷ୍ଠାନିକ କ୍ୱାରାଣ୍ଟାଇନ୍‌ ଶେଷ କରିଥିବା ପ୍ରବାସୀମାନଙ୍କୁ ୨୦୦୦ ଟଙ୍କା ଲେଖାଏଁ ପ୍ରୋତ୍ସାହନ ରାଶି ପ୍ରଦାନ କରାଯାଉଛି । ବର୍ତ୍ତମାନ ସୁଦ୍ଧା ଏ ବାବଦରେ ୫୮ କୋଟି ୪୮ ଲକ୍ଷ ୩୮ ହଜାର ଟଙ୍କା ପ୍ରଦାନ କରାଯାଇ ସାରିଛି । ଏହି ସମସ୍ତ ଅର୍ଥ ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍‌ ପାଣ୍ଠିରୁ ଭରଣା କରାଯାଉଛି । ଦେଶର ବିଭିନ୍ନ ରାଜ୍ୟରେ ରହିଥିବା ଓଡ଼ିଆ ଭାଉଭଉଣୀମାନେ ଦୈନିକ ଓଡ଼ିଶା ଫେରୁଛନ୍ତି । ଆଜି ୨୦୪୮ ଜଣ ଓଡ଼ିଆ ଭାଉଭଉଣୀ ଓଡ଼ିଶାରେ ପହଞ୍ଚିଛନ୍ତି । ଏ ପର୍ଯ୍ୟନ୍ତ ବାହାର ରାଜ୍ୟଗୁଡ଼ିକରୁ ଓଡ଼ିଶାକୁ ୫,୮୧,୬୯୪ ଜଣ ଫେରିଛନ୍ତି ବୋଲି ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

Comments are closed.