କ୍ବାରେଣ୍ଟାଇନ୍‌ ଶେଷ କରିଥିବା ପ୍ରବାସୀଙ୍କ ମିଳିଲା ୬୭ କୋଟି ୯୪ ଲକ୍ଷ ୨ ହଜାର ଟଙ୍କା, ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ଭରଣା

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଘୋଷଣା କ୍ରମେ ଓଡ଼ିଶାକୁ ଫେରି ଆନୁଷ୍ଠାନିକ କ୍ୱାରାଣ୍ଟାଇନ୍‌ ଶେଷ କରିଥିବା ପ୍ରବାସୀମାନଙ୍କୁ ୨୦୦୦ ଟଙ୍କା ଲେଖାଏଁ ପ୍ରୋତ୍ସାହନରାଶି ପ୍ରଦାନ କରାଯାଉଛି । ବର୍ତ୍ତମାନ ସୁଦ୍ଧା ଏ ବାବଦରେ ୬୭ କୋଟି ୯୪ ଲକ୍ଷ ୨ ହଜାର ଟଙ୍କା ପ୍ରଦାନ କରାଯାଇ ସାରିଛି । ଏହି ସମସ୍ତ ଅର୍ଥ ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍‌ ପାଣ୍ଠିରୁ ଭରଣା କରାଯାଉଛି ବୋଲି ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

Comments are closed.