ଗ୍ରାମାଞ୍ଚଳରେ କ୍ୱାରେଣ୍ଟାଇନ୍‌ ସ୍ୱାସ୍ଥ୍ୟସେବାକୁ ସଶକ୍ତ ପାଇଁ ୧୬,୬୬୩ ଅସ୍ଥାୟୀ ଚିକିତ୍ସା କେନ୍ଦ୍ର

ଭୁବନେଶ୍ବର : କୋଭିଡ୍‌-୧୯ ପରିପ୍ରେକ୍ଷୀରେ ଗ୍ରାମାଞ୍ଚଳରେ କ୍ୱାରେଣ୍ଟାଇନ୍‌ ସ୍ୱାସ୍ଥ୍ୟସେବାକୁ ସଶକ୍ତ କରିବା ଉଦ୍ଦେଶ୍ୟରେ ୬୭୯୮ ଗ୍ରାମ ପଞ୍ଚାୟତରେ ୧୬,୬୬୩ଟି ଅସ୍ଥାୟୀ ଚିକିତ୍ସା କେନ୍ଦ୍ର ସ୍ଥାପିତ ହୋଇଛି। ଏଥିରେ ମୋଟ ୭,୩୫,୮୯୧ ଶଯ୍ୟାର ବ୍ୟବସ୍ଥା କରାଯାଇଛି।
ଦେଶର ବିଭିନ୍ନ ରାଜ୍ୟରେ ରହିଥିବା ଓଡ଼ିଆ ଭାଉଭଉଣୀମାନେ ଦୈନିକ ଓଡ଼ିଶା ଫେରୁଛନ୍ତି। ଆଜି ୩୯,୬୬୬ ଜଣ ଓଡ଼ିଆ ଭାଉଭଉଣୀ ଓଡ଼ିଶାରେ ପହଞ୍ଚିଛନ୍ତି। ଏ ପର୍ଯ୍ୟନ୍ତ ବାହାର ରାଜ୍ୟଗୁଡ଼ିକରୁ ଓଡ଼ିଶାକୁ ୩,୭୬,୦୫୪ ଜଣ ଫେରିଛନ୍ତି। ସେମାନେ ବସ୍‌, ଟ୍ରେନ୍‌ ଓ ଅନ୍ୟ ଯାନବାହନରେ ଆସିଛନ୍ତି ବୋଲି ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

Comments are closed.