ରାଧାକେଶବପୁର ଆବଦ୍ଧାଞ୍ଚଳ ଘୋଷିତ

ଆଠଗଡ : ଆଠଗଡ ବ୍ଲକ ଅନ୍ତର୍ଗତ ରାଧାଗୋବିନ୍ଦପୁର ପଞ୍ଚାୟତ ଅଧିନ ରାଧାକେଶବପୁର ଗ୍ରାମରେ ୬ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହେବା ପରେ ଉକ୍ତ ଗ୍ରାମକୁ ୧୦ଦିନ ପାଇଁ ଆବଦ୍ଧାଞ୍ଚଳ ଘୋଷଣା କରାଯାଇଛି। ଉପଜିଲ୍ଲାପାଳ ଅଜାମ୍ବର ମହାନ୍ତି ସେ ଅଞ୍ଚଳର ରାଜସ୍ୱ ନିରୀକ୍ଷକ ଓ ବ୍ଲକ କର୍ତ୍ତୃପକ୍ଷଙ୍କ ରିପୋର୍ଟ ଆଧାରରେ ରାଧାକେଶବପୁର ଗ୍ରାମକୁ ୨୪ ତାରିଖ ସକାଳ ୬ଟାରୁ ଜୁଲାଇ ୩ ତାରିଖ ରାତି ୧୦ଟା ପର୍ଯ୍ୟନ୍ତ ଆବଦ୍ଧାଞ୍ଚଳ ଭାବେ ଘୋଷଣା କରିଛନ୍ତି। ଗ୍ରାମର ସମସ୍ତ ପ୍ରବେଶ ପଥକୁ ବାଉଁଶ ବାଡରେ ଆବଦ୍ଧ କରାଯିବା ସହ ବାହରକୁ ଯିବାଆସିବା ଉପରେ କଟକଣା ଜାରି କରାଯାଇଛି। ସଂକ୍ରମିତଙ୍କ ସଂସ୍ପର୍ଶରେ ଆସିଥିବା ଲୋକଙ୍କୁ ଚିହ୍ନଟ କରି ସେମାନଙ୍କର କୋଭିଡ ପରୀକ୍ଷା କରାଇବା ଲାଗି ବ୍ରହ୍ମପୁର ସିଏଚସି କର୍ତ୍ତୃପକ୍ଷଙ୍କୁ ନିର୍ଦ୍ଦେଶ ଦିଆଯାଇଛି।

Comments are closed.