ପଦ୍ମଭୂଷଣ ଡଃ ରାଧାନାଥ ରଥଙ୍କ ଜୟନ୍ତୀ ଅବସରରେ ଶ୍ରଦ୍ଧାଞ୍ଜଳି

କଟକ  : ପ୍ରଖ୍ୟାତ ସ୍ୱାଧୀନତା ସଂଗ୍ରାମୀ, ସମାଜସେବୀ, ବିଶିଷ୍ଟ ରାଷ୍ଟ୍ରନୀତିଜ୍ଞ, ଲୋକସେବକ ମଣ୍ଡଳର ପୂର୍ବତନ ସର୍ବଭାରତୀୟ ସଭାପତି ତଥା ‘ସମାଜ’ର ପୂର୍ବତନ ସମ୍ପାଦକ ପଦ୍ମଭୂଷଣ ଡକ୍ଟର ରାଧାନାଥ ରଥଙ୍କ ଜୟନ୍ତୀ ଲୋକସେବକ ମଣ୍ଡଳ ଓଡ଼ିଶା ଶାଖା ପକ୍ଷରୁ ଶୁକ୍ରବାର ମହାସମାରୋହରେ ପାଳିତ ହେବ। ତଦୁପଲକ୍ଷେ ବିଭିନ୍ନ କାର୍ଯ୍ୟକ୍ରମର ଆୟୋଜନ କରାଯାଇଛି। ପୂର୍ବାହ୍ଣ ୧୦ଟା ସମୟରେ ବକ୍ସିବଜାର ସମାଜ ଅଫିସ ଛକ ଓ ଗୋପବନ୍ଧୁ ଭବନଠାରେ ଡକ୍ଟର ରଥଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣପୂର୍ବକ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରାଯିବ। ତତ୍‍ପରେ ପୂର୍ବାହ୍ଣ ୧୦.୩୦ରେ ଗୋପବନ୍ଧୁ ଭବନ ସମ୍ମିଳନୀ କକ୍ଷରେ ଏକ ଶ୍ରଦ୍ଧାଞ୍ଜଳି ସଭା ଅନୁଷ୍ଠିତ ହେବ। ଏଥିରେ ମୁଖ୍ୟ ଅତିଥି ଭାବେ ବରିଷ୍ଠ ସାମ୍ବାଦିକ, ପୂର୍ବତନ ସାଂସଦ ଓ ‘ଧରିତ୍ରୀ’ର ସମ୍ପାଦକ ତଥାଗତ ସତପଥୀ ଏବଂ ମୁଖ୍ୟବକ୍ତା ଭାବେ କିସ୍‍ ବିଶ୍ୱବିଦ୍ୟାଳୟର କୁଳପତି ପ୍ରଫେସର ଡଃ ହରେକୃଷ୍ଣ ଶତପଥୀ ଯୋଗଦେବେ। ଉକ୍ତ କାର୍ଯ୍ୟକ୍ରମରେ ବହୁ ସଂଖ୍ୟାରେ ଜନସାଧାରଣ ଯୋଗଦାନ କରିବା ପାଇଁ ଲୋକସେବକ ମଣ୍ଡଳ ଓଡ଼ିଶା ଶାଖା ପକ୍ଷରୁ ନିବେଦନ କରାଯାଇଛି।

Comments are closed.