ରାଇମୋହନଙ୍କ ଆତ୍ମହତ୍ୟା !

ଭୁବନେଶ୍ୱର: ବରିଷ୍ଠ ଅଭିନେତା ରାଇମୋହନଙ୍କ ପରଲୋକ ହୋଇଛି । କୌଣସି ଏକ କାରଣକୁ ନେଇ ରାଇମୋହନ ଆତ୍ମହତ୍ୟା କରିଥିବା ସୂଚନା ମିଳିଛି । ଭୁବନେଶ୍ୱର ପ୍ରାଚୀ ବିହାର ଘରୁ ରାଇମୋହନଙ୍କ ଝୁଲନ୍ତା ମୃତଦେହ ମିଳିଥିବା ବେଳେ କେଉଁ କାରଣରୁ ସେ ଆତ୍ମହତ୍ୟା କରିଛନ୍ତି ତାହା ଜଣାପଡ଼ିନାହିଁ । ପାରିବାରିକ ଅସନ୍ତୋଷ କାରଣରୁ ରାଇମୋହନ ଆତ୍ମହତ୍ୟା କରିଥିବା ଅନୁମାନ କରାଯାଉଛି । ଏନେଇ ଖବର ପାଇବାପରେ ମଞ୍ଚେଶ୍ୱର ଥାନା ପୁଲିସ ଘଟଣାସ୍ଥଳରେ ପହଞ୍ଚିଛି । ରାଇମୋହନଙ୍କ ମୃତ୍ୟୁ ନେଇ ପଚରାଉଚରା କରୁଛି ।

Comments are closed.