କାଳବୈଶାଖୀ ପ୍ରଭାବରେ ରାଜ୍ୟରେ କେତେକ ସ୍ଥାନରେ ବର୍ଷା ସମ୍ଭାବନା

ଭୁବନେଶ୍ୱର : କାଳବୈଶାଖୀ ପ୍ରଭାବରେ ରାଜ୍ୟର ୮ଟି ଜିଲାରେ ସୋମବାର ବର୍ଷା ଓ ବଜ୍ରପାତ ହେବାର ସମ୍ଭାବନା ରହିଛି। ଏନେଇ ପାଣିପାଗ ବିଭାଗ ତରଫରୁ ସତର୍କ ସୂଚନା ଜାରି କରାଯାଇଛି। କେନ୍ଦୁଝର, ଢେଙ୍କାନାଳ, ଦେବଗଡ଼, ସମ୍ବଲପୁର, ଅନୁଗୁଳ, ରାୟଗଡ଼ା, କୋରାପୁଟ, କନ୍ଧମାଳ ଜିଲାରେ ବର୍ଷା ଓ ବଜ୍ରପାତର ଆଶଙ୍କା ରହିଛି। ସନ୍ଧ୍ୟା ଯାଏଁ ଏହି ସମସ୍ତ ଜିଲାରେ ବର୍ଷା ଓ ବଜ୍ରପାତ ହେବାର ଆଶଙ୍କା ଥିବାରୁ ଘରୁ ନ ବାହାରିବାକୁ ପାଣିପାଗ ବିଭାଗ ପକ୍ଷରୁ ପରାମର୍ଶ ଦିଆଯାଇଛି।

Comments are closed.