ବର୍ଷା ସମ୍ଭାବନା ; ୧୧ଟି ଜିଲ୍ଲାକୁ ସତର୍କ ସୂଚନା

ଭୁବନେଶ୍ୱର : ରାଜ୍ୟର ୧୧ଟି ଜିଲ୍ଲାରେ ବର୍ଷା ସହ ବଜ୍ରପାତ ହେବା ବୋଲି ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ମିଳିଛି । ସୁନ୍ଦରଗଡ଼, ଝାରସୁଗୁଡ଼ା, ଦେଓଗଡ଼, ବରଗଡ଼, ସମ୍ବଲପୁର, ବୌଦ୍ଧ,କେନ୍ଦୁଝର, ଅନୁଗୋଳ, କନ୍ଧମାଳ, ନୟାଗଡ଼ ଓ ମୟୂରଭଞ୍ଜ ଜିଲ୍ଲା ଗୁଡ଼ିକୁ ସତର୍କ ସୂଚନା ଜାରି କରାଯାଇଛି । ଅପରାହ୍ନ ସାଢେ ୫ଟା ସୁଦ୍ଧା ଏହି ଜିଲ୍ଲା ଗୁଡ଼ିକର ଅଧିକାଂଶ ସ୍ଥାନରେ ବର୍ଷା ହେବା ସହ ୩୦ରୁ ୪୦ କି.ମି ବେଗରେ ପବନ ବହିବାର ସମ୍ଭାବନା ରହିଛି ।

Comments are closed.