ରାଜ୍ୟରେ ବର୍ଷା ସମ୍ଭାବନା ; ଦିନ ୧୨ଟା ୧୫ ପର୍ଯ୍ୟନ୍ତ ସତର୍କ ସୂଚନା ଜାରି

ଭୁବନେଶ୍ୱର : କାଳବୈଶାଖୀ ପ୍ରଭାବରେ ସୋମବାର ରାଜ୍ୟର କେତେକ ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା ରହିଛି । ଏନେଇ ପାଣିପାଗ ବିଭାଗ କେନ୍ଦ୍ର ପକ୍ଷରୁ ଦିନ ୧୨ଟା ୧୫ ପର୍ଯ୍ୟନ୍ତ ନୂଆପଡ଼ା, ନବରଙ୍ଗପୁର, ବରଗଡ଼, ସୋନପୁର, ବୌଦ୍ଧ, କୋରାପୁଟ ,ରାୟଗଡ଼ା, ମୟୂରଭଞ୍ଜ, କନ୍ଧମାଳ, ବଲାଙ୍ଗିର, ଗଜପତି, ଗଞ୍ଜାମ, କଳାହାଣ୍ଡି ଓ ମାଲକାନଗିରି ଜିଲ୍ଲାରେ ସତର୍କ ସୂଚନା ଜାରି କରାଯାଇଛି । ଏହି ସମୟରେ ୩୦ରୁ ୪୦ କିମି ବେଗରେ ପବନ ବହିବ ବୋଲି ପାଣିପାଗ ବିଭାଗ କେନ୍ଦ୍ର ପକ୍ଷରୁ ଅନୁମାନ କରାଯାଇଛି ।

Comments are closed.