ରାଜ୍ୟର କେତେକ ସ୍ଥାନରେ କାଳବୈଶାଖୀ ସମ୍ଭାବନା

ଭୁବନେଶ୍ୱର : ରାଜ୍ୟର କେତେକ ସ୍ଥାନରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ କାଳବୈଶାଖୀ ବର୍ଷା ହେବାର ସମ୍ଭାବନା ରହିଛି। ମାଲାକାନଗିରି, କୋରାପୁଟ, ରାୟଗଡ଼ା, ନବରଙ୍ଗପୁର, ଗଜପତି, ନୂଆପଡ଼ା ଆଦି ସ୍ଥାନରେ କାଳବୈଶାଖୀ ବର୍ଷା ହେବା ନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ମିଳିଛି। ଏତଦ ବ୍ୟତୀତ ୨୫ରୁ ୨୬ ତାରିଖ ମଧ୍ୟରେ ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଜପତି, ନବରଙ୍ଗପୁର, କଳାହାଣ୍ଡି, ନୂଆପଡ଼ା ଆଦି ଜିଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ଘଡ଼ଘଡ଼ି ବିଜୁଳି ସହିତ କାଳବୈଶାଖୀ ବର୍ଷାର ସମ୍ଭାବନା ରହିଛି। ସେହିପରି ୨୬ରୁ ୨୭ ତାରିଖ ମଧ୍ୟରେ ନୂଆପଡ଼ା, ବଲାଙ୍ଗୀର, ବୌଦ୍ଧ, ବରଗଡ଼, ସୋନପୁର, ଝାରସୁଗୁଡ଼ା, ସମ୍ବଲପୁର, ସୁନ୍ଦରଗଡ଼, ଦେଓଗଡ଼, କେନ୍ଦୁଝର, ମୟୂରଭଞ୍ଜ, ଢେଙ୍କାନାଳ, ଯାଜପୁର, କଟକ, ନୟାଗଡ଼, ଖୋର୍ଦ୍ଧା ଓ ଗଞ୍ଜାମ ଆଦି ଜିଲାବାସୀଙ୍କୁ ସତର୍କ ରହିବାକୁ ଭୁବନେଶ୍ୱର ଆଞ୍ଚଳିକ ପାଣି ପାଗ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି।

Comments are closed.