କାଳବୈଶାଖୀ ବର୍ଷା: ୫ଟି ଜିଲାରେ ସତର୍କ ସୂଚନା

0

ଭୁବନେଶ୍ୱର : କାଳବୈଶାଖୀ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଥିବା ବେଳେ ୫ଟି ଜିଲାରେ ସତର୍କ ସୂଚନା ଜାରି କରାଯାଇଛି । କୋରାପୁଟ, ମାଲକାନଗିରି, ଗଜପତି, ରାୟଗଡା ଓ ନବରଙ୍ଗପୁର ଏହି ଜିଲା ଗୁଡିକର ଗୋଟିଏ ବା ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଓଡିଶାର ଉପକୂଳବର୍ତ୍ତୀ ଅଞ୍ଚଳରେ ଘଡଘଡି ବର୍ଷା ସହ ବଜ୍ରପାତ ହେବାର ଆଶଙ୍କ କରାଯାଉଛି । ଆଗାମୀ ୨୪ ଘଣ୍ଟା ମଧ୍ୟରେ ଭୁବନେଶ୍ବର ଓ ଅଖାପାଖ ଅଞ୍ଚଳରେ ଆକାଶ ମେଘାର୍ଚ୍ଛନ ରହିବା ସହ ବର୍ଷା ହେବ ବୋଲି ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି । ସହିପରି ଉତ୍ତର ଓ ଦକ୍ଷିଣ ଓଡିଶାର ଅନେକ ସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଛି ।

Leave A Reply