ଘୂର୍ଣ୍ଣିବଳୟ ପ୍ରଭାବରେ ବର୍ଷା ସମ୍ଭାବନା ; ୧୦ରୁ ଅପସରି ଯିବ ମୌସୁମୀ

ଭୁବନେଶ୍ବର :  ଓଡ଼ିଶା ଉପରେ ଘୂର୍ଣ୍ଣିବଳୟ ଥିବାରୁ ଏହାର ପ୍ରଭାବରେ ରାଜ୍ୟର କେତେକ ସ୍ଥାନରେ ବର୍ଷା ହେବା ନେଇ ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି । ତେବେ ମଙ୍ଗଳବାର ରାଜ୍ୟର ଅଧିକାଂଶ ସ୍ଥାନରେ ଘଡ଼ଘଡ଼ି ସହ ସାମାନ୍ୟରୁ ମଧ୍ୟମ ଧରଣର ବର୍ଷାର ସମ୍ଭାବନା ରହିଛି । ଗତକାଲି ମଧ୍ୟ ଭୁବନେଶ୍ବର- କଟକ ସମେତ ରାଜ୍ୟର ଅନେକ ସ୍ଥାନରେ ବର୍ଷା ହୋଇ ଯାଇଛି।

ଆଜି ରାୟଗଡା, କୋରାପୁଟ, ମାଲକାନଗିରି, ସମ୍ବଲପୁର ଏବଂ ଦେବଗଡ଼ ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବା ନେଇ ପାଣିପାଗ ବିଭାଗ ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ସେହିପରି କୋରାପୁଟ, ମାଲକାନଗିରି, ରାୟଗଡା, ଗଞ୍ଜାମ, ଗଜପତି, ଖୋର୍ଦ୍ଧା, ପୁରୀ, କଟକ,  ନୟାଗଡ଼, ଝାରସୁଗୁଡା, ସମ୍ବଲପୁର, କେନ୍ଦୁଝର, ଅନୁଗୋଳ, ଢେଙ୍କାନାଳ, ସୁନ୍ଦରଗଡ, ଦେବଗଡ଼, ବଲାଙ୍ଗୀର, ମୟୁରଭଞ୍ଜ ଏବଂ ବାଲେଶ୍ବର ଜିଲ୍ଲାରେ ଘଡ଼ଘଡ଼ି ସହ ବର୍ଷା ଓ ବଜ୍ରପାତର ସମ୍ଭାବନା ଥିବା ପାଣିପାଗ ବିଭାଗ ପକ୍ଷରୁ ସୂଚନା ମିଳିଛି । ଅନ୍ୟପକ୍ଷରେ ଆସନ୍ତା ୧୦ ତାରିଖରୁ ଉତ୍ତର-ପଶ୍ଚିମ ଭାରତରୁ ଦକ୍ଷିଣ-ପଶ୍ଚିମ
ମୌସୁମୀ ଧୀରେ ଧୀରେ ଅପସରି ଯିବାର ଅନୁମାନ କରାଯାଉଛି

Comments are closed.