୨୪ ଘଣ୍ଟାରେ ଦକ୍ଷିଣ ଓଡ଼ିଶାରେ ବର୍ଷା ସମ୍ଭାବନା

ଭୁବନେଶ୍ୱର : ଦକ୍ଷିଣ ଓଡ଼ିଶାରେ ୨୪ ଘଣ୍ଟାରେ ବର୍ଷା ହେବାର ସମ୍ଭାବନା ରହିଛି। ୮ଟି ଜିଲାରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହେବ। ଗଞ୍ଜାମ, ଗଜପତି, କନ୍ଧମାଳ, ରାୟଗଡ଼ା, କଳାହାଣ୍ଡି, ସୁନ୍ଦରଗଡ଼ ବର୍ଷା ସହ ରାୟଗଡ଼ା, ନୂଆପଡ଼ା ଓ ନୟାଗଡ଼ ଜିଲାରେ ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା ନେଇ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ସୂଚନା ମିଳିଛି। ଘନ କୁହୁଡ଼ି ନେଇ କଳାହାଣ୍ଡି, କନ୍ଧମାଳ ଓ ଅନୁଗୁଳ ଜିଲାକୁ ୟେଲୋ ୱାର୍ଣ୍ଣି ଜାରି କରାଯାଇଥିବା ଜଣାପଡ଼ିଛି।

 

Comments are closed.