ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା; ୬ ଜିଲାକୁ ସତର୍କ ସୂଚନା ଜାରି

ଭୁବନେଶ୍ୱର : ରାଜ୍ୟର ବିଭିନ୍ନ ସ୍ଥାନରେ ଆଜି ମଧ୍ୟ ବର୍ଷା ହେବାର ସମ୍ଭାବନା ରହିଛି। ଏହାସହ ୬ ଜିଲାକୁ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣି ପାଗ ବିଭାଗ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି। ସେହି ସମସ୍ତ ଜିଲା ଗୁଡ଼ିକ ହେଉଛି ଯାଜପୁର, କେନ୍ଦୁଝର, ଜଗତସିଂହପୁର, କେନ୍ଦ୍ରାପଡ଼ା, ଭଦ୍ରକ, ବାଲେଶ୍ୱର। ଅପରାହ୍ନ ୧ଟା ସୁଦ୍ଧା ଏହି ସମସ୍ତ ଜିଲାରେ ଘଡ଼ଘଡ଼ି ସହ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହେବ। ଘଣ୍ଟାକୁ ୪୦ ରୁ ୫୦ କିମି ବେଗରେ ପବନ ବହିବାର ମଧ୍ୟ ସମ୍ଭାବନା ରହିଛି।