ଘୂର୍ଣ୍ଣିବଳୟ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ଓ ଦକ୍ଷିଣ ଓଡ଼ିଶାରେ ୧୦ରୁ ପ୍ରବଳ ବର୍ଷା

ଭୁବନେଶ୍ୱର : ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ୪୮ଘଣ୍ଟା ମଧ୍ୟରେ ଲଘୁଚାପର ରୂପ ନେବ । ଏହାର ପ୍ରଭାବରେ ରାଜ୍ୟରେ ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ହେବ । ଦକ୍ଷିଣ ଓଡିଶାରେ ଆସନ୍ତା ୧୦ ତାରିଖରୁ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଥିବା ବେଳେ ନବରଙ୍ଗପୁର, କୋରାପୁଟ, ମାଲକାନଗିରି, ଗଞ୍ଜାମ, ଗଜପତି ଜିଲ୍ଲାରେ ମଧ୍ୟ ପ୍ରବଳ ବର୍ଷିବ । ୧୧ ତାରିଖରେ ମଧ୍ୟ ୧୦ଟି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ ବୋଲି ଆଞ୍ଚଳିକ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି । ମୌସୁମୀ ଆସିବାକୁ ଏହି ବର୍ଷା ସୁହାଇବ ବୋଲି ବିଭାଗ କହିଥିବା ନେଇ ସୂଚନା ମିଳିଛି।

Comments are closed.