ରାଜ୍ୟର କିଛି ସ୍ଥାନରେ ଆଗାମୀ ୨୪ ଘଣ୍ଟାରେ ବର୍ଷା ସମ୍ଭାବନା

ଭୁବନେଶ୍ୱର : ରାଜ୍ୟର କେତେକ ଜିଲାରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ମାଲକାନଗିରି, ରାୟଗଡ଼ା, ନବରଙ୍ଗପୁର ଜିଲାରେ ପ୍ରବଳ ବର୍ଷା ହୋଇପାରେ। ଏହାସହ କୋରାପୁଟ, କଳାହାଣ୍ଡି, ନୂଆପଡ଼ା, ବଲାଙ୍ଗୀର, ସୁନ୍ଦରଗଡ଼, ସମ୍ବଲପୁର, ବରଗଡ଼, ସୋନପୁର, ବୌଦ୍ଧ, କନ୍ଧମାଳ, ଅନୁଗୁଳ, ଗଜପତି ଜିଲାରେ ମଧ୍ୟ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଆସନ୍ତା ୧୯ ତାରିଖରୁ ଅଧିକ ବର୍ଷା ହେବାର ସମ୍ଭାବନା ରହିଥିବା ନେଇ ଆଂଚଳିକ ପାଣିପାଗ ବିଭାଗ ପକ୍ଷରୁ ସୂଚନା ମିଳିଛି।

Comments are closed.