ଅବପାତର ରୂପ ନେବ ଲଘୁଚାପ

ଭୁବନେଶ୍ଵର : କେନ୍ଦ୍ରୀୟ ବଙ୍ଗୋପ ସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ସକ୍ରିୟ ହୋଇଛି। ଏହାର ପ୍ରଭାବରେ ରାଜ୍ୟରେ ଅଧିକାଂଶ ସ୍ଥାନରେ ବର୍ଷା ଲାଗି ରହିବ। ଆଗାମୀ ୨୪ ଘଣ୍ଟାରେ ଏହା ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗରରେ ଘନୀଭୂତ ହେବାର ସମ୍ଭାବନା ରହିଛି। ଆନ୍ଧ୍ର ଉପକୂଳରେ ଘନୀଭୂତ ହୋଇ ଏହା ୱାଲ ମାର୍କଡରେ ପରିଣତ ହେବ। ପରବର୍ତ୍ତୀ ୨୪ଘଣ୍ଟା ମଧ୍ୟରେ ଏହା ଉତ୍ତର ଓ ଉତ୍ତର -ପୂର୍ବ ଦିଗରେ ଗତି କରିବ। ଓଡ଼ିଶା-ପଶ୍ଚିମବଙ୍ଗ ଉପକୂଳରେ ଘନୀଭୂତ ହୋଇ ଏହା ଅବପାତର ରୂପ ନେବ ବୋଲି ପାଣିପାଗ ବିଭାଗ ରିପୋର୍ଟରୁ ସୂଚନା ମିଳିଛି।

Comments are closed.