ଲଘୁଚାପ ପ୍ରଭାବରେ ୧୦ଟି ଜିଲାରେ ପ୍ରବଳ ବର୍ଷା ସମ୍ଭାବନା

0

ଭୁବନେଶ୍ବର: ଉତ୍ତରପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ବଳୟ ପ୍ରଭାବରେ ଓଡିଶାର ବିଭିନ୍ନ ସ୍ଥାନରେ ବର୍ଷା ଲାଗି ରହିଛି। ଗଜପତି, ଗଞ୍ଜାମ, ପୁରୀ, ଖୋର୍ଦ୍ଧା, କଟକ, ଜଗତସିଂହପୁର ଓ କେନ୍ଦ୍ରାପଡା ଜିଲାରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ବର୍ଷା ହେବାର ସମ୍ଭାବନା ରହିଥିବା ବେଳେ ନୟାଗଡ, ଢେଙ୍କାନାଳ, ଭଦ୍ରକ, ବାଲେଶ୍ବର, ଯାଜପୁର, କେନ୍ଦୁଝର, ଅନୁଗୁଳ, ରାୟଗଡା,ବୌଦ୍ଧ ଓ କନ୍ଧମାଳ ଜିଲାର ଗୋଟିଏ ବା ଦୁଇଟି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ । ଏହି ସମୟରେ ପବନର ବେଗ ୩୫ରୁ ୪୫ କିମି ରହିବ। ଆଗାମୀ ୪୮ ଘଣ୍ଟା ମଧ୍ୟରେ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ମଧ୍ୟକୁ ନଯିବା ପାଇଁ ପାଣିପାଗ ବିଭାଗ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି।

ଗତ ୨୪ ଘଣ୍ଟା ମଧ୍ୟରେ ଉତ୍ତର ଅାଭ୍ୟନ୍ତରୀଣ ଓଡିଶାରେ ପ୍ରବଳ ବର୍ଷା ହୋଇଥିବା ରେକର୍ଡ କରାଯାଇଛି। ଢେଙ୍କାନାଳ ଜିଲା ହିନ୍ଦୋଳରେ ସର୍ବାଧିକ ୭ସେମି ଏବଂ ଯାଜପୁର କୋରେଇରେ ସର୍ବନିମ୍ନ ୬ସେମି ବର୍ଷା ହୋଇଥିବା ଜଣାପଡିଛି।

Leave A Reply