୧୨ ଜିଲାରେ ପ୍ରବଳ ବର୍ଷା ସମ୍ଭାବନା; ମତ୍ସ୍ୟଜୀବୀଙ୍କୁ ସର୍ତକ ସୂଚନା  

0

ଭୁବନେଶ୍ୱର: ପଶ୍ଚିମକେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ପ୍ରଭାବରେ ୨୪ଘଣ୍ଟା ମଧ୍ୟରେ ରାଜ୍ୟର ଅନେକ ସ୍ଥାନରେ ଘଡଘଡି ସହ ବର୍ଷା ହେବାର ସମ୍ଭାବନା ରହିଛି। ବାଲେଶ୍ୱର, ଜଗତସିଂହପୁର, ଯାଜପୁର, ଭଦ୍ରକ, କଟକ, କେନ୍ଦ୍ରାପଡ଼ା, ମୟୁରଭଞ୍ଜ, କେନ୍ଦୁଝର, ସମ୍ବଲପୁର, ଝାରସୁଗୁଡ଼ା, ପୁରୀ ଓ ସୁନ୍ଦରଗଡ଼ ଜିଲାର ଗୋଟିଏ ବା ଦୁଇଟି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ ବୋଲି ପାଣିପାଗ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି। ଏହି ସମୟରେ ଜିଲାବାସୀ ସତର୍କ ରହିବା ସହ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ମଧ୍ୟକୁ ଯିବା ପାଇଁ ବାରଣ କରାଯାଇଛି । ଗତ ୨୪ ଘଣ୍ଟା ମଧ୍ୟରେ ବାଲେଶ୍ବର ଜିଲା ନିଳଗିରିରେ ସର୍ବାଧିକ ୮ ସେମି ବର୍ଷା ରେକର୍ଡ କରାଯାଇଛି।

Leave A Reply